www.samajalive.in
Tuesday, December 9, 2025
19.1 C
Bhubaneswar

ସେମିକଣ୍ଡକ୍ଟର ୟୁନିଟ୍‌ ମଞ୍ଜୁରି ନେଇ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ୟୁନିଟ୍‌ ମଞ୍ଜୁରି ନେଇ ପ୍ରଧାନମନ୍ତ୍ରୀ ମୋଦୀ ଓ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ରାଜ୍ୟର ଶିଳ୍ପ ଏବଂ ପ୍ରଯୁକ୍ତିବିଦ୍ୟା ଉନ୍ନତିରେ ଏକ ପ୍ରମୁଖ ମାଇଲଖୁଣ୍ଟ ସାବ୍ୟସ୍ତ ହେବ । ଏହି ସହଯୋଗୀ ପ୍ରୟାସ ନୂତନତ୍ବକୁ ତ୍ୱରାନ୍ୱିତ କରିବା ସହ ନିଯୁକ୍ତି ସୃଷ୍ଟି କରିବ ବୋଲି ସେ ଏକ୍ସରେ ଲେଖିଛନ୍ତି ।

- Advertisement -

ମଙ୍ଗଳବାର ଅନୁଷ୍ଠିତ ବୈଠକରେ କେନ୍ଦ୍ର କ୍ୟାବିନେଟ୍ ୪ଟି ପ୍ରକଳ୍ପକୁ ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଓଡ଼ିଶା, ପଞ୍ଜାବ ଓ ଆନ୍ଧ୍ର ପ୍ରଦେଶରେ ୪ଟି ନୂତନ ସେମିକଣ୍ଡକ୍ଟର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏଥିପାଇଁ ୪,୫୯୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଓଡ଼ିଶାରେ ଦୁଇଟି ସେମିକଣ୍ଡକ୍ଟର ୟୁନିଟ୍ ଏବଂ ପଞ୍ଜାବ ଏବଂ ଆନ୍ଧ୍ର ପ୍ରଦେଶରେ ଗୋଟିଏ ଲେଖାଏଁ ୟୁନିଟ୍ ପ୍ରତିଷ୍ଠା ହେବ । ଭୁବନେଶ୍ବରରେ ୨ଟି ସେମିକଣ୍ଡକ୍ଟର ୟୁନିଟ ସହ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟ ହେବ । ୧୯୪୩ କୋଟି ଟଙ୍କାରେ ଭୁବନେଶ୍ବର ଠାରେ ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟ ନିର୍ମାଣ ହେବ ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories