www.samajalive.in
Monday, December 8, 2025
24.1 C
Bhubaneswar

ମାଲକାନଗିରିରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ମାଲକାନଗିରି : ଦେଶ ପାଳିବ ୭୯ତମ ସ୍ଵାଧୀନତା ଦିବସ । ଏହି ଅବସରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ବସଷ୍ଟାଣ୍ଡଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସେ ସମ୍ବୋଧିତ କରି କହିଥିଲେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧିବାରେ ସଫଳ ହେଉଛି । ଜାତୀୟ ପତାକା ଦେଶବାସୀଙ୍କ ପାଇଁ ସମ୍ମାନ ଓ ଗୌରବ ବହନ କରିଥାଏ। ଏହା ହେଉଛି ଆମ ଦେଶର ପ୍ରତୀକ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ, ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତାର ପ୍ରତୀକ ଅଟେ।
ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ ହେବେ ସେତେବେଳେ କୌଣସି ଶକ୍ତି ଆମ ବିରୋଧରେ ସଫଳ ହେବେ ନାହିଁ। ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକ ସାକ୍ଷୀ।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ୧୦୦ ମିଟର ଲମ୍ବର ତ୍ରିରଙ୍ଗା ପତାକା ଧରି ପଦଯାତ୍ରା କରାଯାଇଥିଲା । ସଂସ୍କୃତି ଭବନଠାରେ ଦେଶାତ୍ମବୋଧକ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories