www.samajalive.in
Friday, December 12, 2025
16.1 C
Bhubaneswar

ସ୍ଵାଧୀନତା ଦିବସରେ ମହିଳା ସୁରକ୍ଷା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ସ୍ଵାଧୀନତା ଦିବସରେ ମହିଳାଙ୍କ ସୁରକ୍ଷାକୁ ଗୁରୁତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ସଶକ୍ତ କରିବାକୁ ହେ​‌ଲେ ସେମାନଙ୍କ ସୁରକ୍ଷା ଜରୁରୀ। ମହିଳା ସୁରକ୍ଷା ପାଇଁ ସରକାର ଶୂନ୍ୟ ସହନଶୀଳତା ନୀତି ଆପଣାଇଛନ୍ତି। ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ। ସେ ଯେତେ ଶକ୍ତିଶାଳୀ ହେଳେ ମଧ୍ୟ ଦଣ୍ଡ ପାଇବେ। ସେମାନଙ୍କ ସ୍ଥାନ ଜେଲରେ, ସମାଜରେ ନୁହେଁ। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୁଲିସକୁ କ୍ଷମତା ଦିଆଯାଇଛି। ମହିଳାଙ୍କ ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ।

ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ କହିଥିଲେ ଯେ ଏହା ମୋଟାମୋଟି ଭାବେ ନିୟନ୍ତ୍ରଣାଧୀନ ରହିଛି। ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ। ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର। ନିଶା ମାଫିଆମାନଙ୍କୁ ଦମନ ପାଇଁ ନିର୍ଦେଶ ଦିଆଯାଇଛି। ଗାଁଠାରୁ ରାଜଧାନୀ ଯାଏ ଗୁଣ୍ଡାରାଜକୁ ଦମନ କରାଯିବ। ସେମାନଙ୍କୁ ଚିହ୍ନଟ ପ୍ରକ୍ରିୟା ଚାଲିଛି। ଖୁବଶୀଘ୍ର ଦଣ୍ଡବିଧାନ କରାଯିବ।

- Advertisement -

ସେହିପରି ସଂଘଠିତ ଅପରାଧକୁ ନିୟନ୍ତ୍ରଣ କରିବା ପାଇଁ ଆଇନ ଆଣିବାକୁ ସରକାର ପଛାଇବେ ନାହିଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଦାଦାବଟି, ଚାନ୍ଦା ଆଦାୟକୁ ସଂଘଠିତ ଅପରାଧରେ ବିଚାର କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories