www.samajalive.in
Thursday, December 11, 2025
18.1 C
Bhubaneswar

ଟ୍ରାକ୍ଟରକୁ ଧକ୍କା ଦେଲା ଦ୍ରୁତଗାମୀ ବସ୍‌: ୧୦ ଯାତ୍ରୀ, ମୃତ ଓ ୩୫ ଆହତ

ସମାଜ ଡିଜିଟାଲ ଡେସ୍କ: ସ୍ଵାଧୀନତା ଦିବସ ଅବସରରେ ଶୁକ୍ରବାର ପଶ୍ଚିମବଙ୍ଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଯାତ୍ରୀବାହୀ ବସ ରାସ୍ତାପାର୍ଶ୍ବରେ ଛିଡ଼ା ହୋଇଥିବା ଗୋଟିଏ ଟ୍ରାକ୍ଟରକୁ ଧକ୍କା ଦେବା ଫଳରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ୩୫ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ବର୍ଡଓ୍ବାନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବର୍ଡଓ୍ବାନ ଜିଲା ଅନ୍ତର୍ଗତ ୧୯ ନମ୍ବର ଜାତୀୟ ରାଜପଥର ନାଲା ଫେରି ଘାଟ ନିକଟରେ ପୂର୍ବାହ୍ନ ସମୟରେ ଏହି ଦୁର୍ଘଟଣା ଘଟିଛି। ବସରେ ମୋଟ ୪୫ ଯାତ୍ରୀ ଥିଲେ। ଦ୍ରୁତଗତି ଯୋଗୁ ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀଙ୍କଠାରୁ ସୂଚନା ମିଳିଛି। ଯାତ୍ରୀମାନେ ଏକ ତୀର୍ଥଯାତ୍ରାରେ ଯାଉଥିବା ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories