www.samajalive.in
Sunday, December 14, 2025
14.1 C
Bhubaneswar

ସାମ୍ବାଦିକଙ୍କୁ ପେନ୍‍ସନ୍‍ ପ୍ରଦାନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ସାମ୍ବାଦିକମାନଙ୍କୁ ଅନ୍ୟ ରାଜ୍ୟ ପରି ପେନ୍‍ସନ୍‍ ପ୍ରଦାନ କରିବେ। ଏ ନେଇ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ସରକାର ସକାରାତ୍ମକ ମନୋଭାବ ନେଇ ଏହି କାର୍ଯ୍ୟ ହାତକୁ ନେଇଛନ୍ତି। ଏହା କାର୍ଯ୍ୟକାରୀ ହେଲେ ଅନେକ ସାମ୍ବାଦିକ ସୁଫଳ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଆମେ ବିରୋଧୀ ଆସନରେ ଥିବାବେଳେ ଏହି ପ୍ରସଙ୍ଗ ଉଠାଉଥିଲୁ। ଏବେ ଶାସନ ଗାଦିକୁ ଆସିବା ପରେ ଯାହା ଦାବି କରୁଥିଲୁ ତାକୁ କାର୍ଯ୍ୟକାରୀ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସ୍ୱାଧୀନତା ଦିବସ ପରିପ୍ରେକ୍ଷୀରେ ରାଜଭବନରେ ଆୟୋଜିତ ଆଟ୍‌ ହୋମ୍‌ ଉତ୍ସବରେ ସାମ୍ବାଦିକଙ୍କୁ ପେନସନ ପ୍ରଦାନ ନେଇ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଅଲ ଓଡ଼ିଶା ମିଡିଆ ଆସୋସିଏସନ ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ, ଉପଦେଷ୍ଟା ରବିପ୍ରିୟ ଦାଶ ଏବଂ ଉପ ସଭାପତି ସରୋଜ ରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ  ପଚାରିଥିଲେ। ମୁଖ୍ୟମନ୍ତ୍ରୀ ଏ ନେଇ କାର୍ଯ୍ୟ ତ୍ୱରାନ୍ୱିତ ହୋଇଥିବା କହିବା ସହ ଆମେ ଏହି ଦାବି ଉଠାଇଥିଲୁ, ଏହାକୁ ଆମେ ହିଁ କାର୍ଯ୍ୟକାରୀ କରିବୁ ବୋଲି କହିଛନ୍ତି।

- Advertisement -

ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ସାମ୍ବାଦିକ ସଂଘ ପକ୍ଷରୁ ସାମ୍ବାଦିକମାନଙ୍କୁ ପେନ୍‍ସନ୍‍ ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ହେଉଛି। ରାଜ୍ୟସ୍ତରୀୟ ସାମ୍ବାଦିକ ସଂଘ ସମେତ ଜିଲାସ୍ତରୀୟ ସାମ୍ବାଦିକମାନେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଏବଂ ଜିଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ସ୍ମାରକପତ୍ର ପଠାଇ ଚାଲିଛନ୍ତି।

Hot this week

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

Related Articles

Popular Categories