www.samajalive.in
Monday, December 8, 2025
24.1 C
Bhubaneswar

ଭୁବନେଶ୍ବର-ଝାରସୁଗୁଡ଼ା ବିମାନ ସେବା ଆରମ୍ଭ

ଭୁବନେଶ୍ୱର: ଶନିବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର-ଝାରସୁଗୁଡ଼ା ମଧ୍ୟରେ ସିଧାସଳଖ ବିମାନ ସେବାର ଶୁଭାରମ୍ଭ କରିଛନ୍ତି। ବିମାନବନ୍ଦର ନିର୍ଦେଶକ ପ୍ରସନ୍ନ ପ୍ରଧାନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ପଶ୍ଚିମ ଓଡ଼ିଶା ଏବଂ ଭୁବନେଶ୍ବର ମଧ୍ୟରେ ଯୋଗାଯୋଗ ତ୍ବରାନ୍ବିତ ହେବ। ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ପାଇବା ସହିତ ବିକଶିତ ଓଡ଼ିଶା ନିର୍ମାଣ ଲକ୍ଷ୍ୟ ସାଧନରେ ଏହା ସହାୟକ ହେବ। ଆଗାମୀ ଦିନରେ ଆହୁରି ଅଧିକ ଘରୋଇ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆରମ୍ଭ ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଷ୍ଟାର ଏୟାର ପକ୍ଷରୁ ଏହି ରୁଟ୍‌ରେ ୭୬ ଆସନ ବିଶିଷ୍ଟ ବିମାନ ସପ୍ତାହରେ ୫ ଦିନ, ମଙ୍ଗଳବାର, ବୁଧବାର, ଗୁରୁବାର, ଶୁକ୍ରବାର ଓ ଶନିବାର ଚଳାଚଳ କରିବ। ଏହାର ଯାତ୍ରା ସମୟ ୪୫ ମିନିଟ ରହିଛି। ଖୁବଶୀଘ୍ର ଏହାକୁ ଦୈନିକ ବିମାନ ସେବାରେ ପରିଣତ କରାଯିବ। ଏଥିପାଇଁ ସରକାର ନ୍ୟୁ ଡେଷ୍ଟିନେସନ୍ ପଲିସିରେ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବେ। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା, ମତ୍ସ୍ୟ ଓ ପଶୁସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବିଧାୟକମାନଙ୍କ ମଧ୍ୟରେ ବାବୁ ସିଂ, ଓମ୍‌ ପ୍ରକାଶ ମିଶ୍ର, ଉପାସନା ମହାପାତ୍ର, ପ୍ରକାଶ ସେଠୀ, ଅମର ନାୟକ, ଛବି ମଲ୍ଲିକଙ୍କ ସମେତ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories