www.samajalive.in
Friday, December 5, 2025
26.1 C
Bhubaneswar

ପ୍ରବଳ ବର୍ଷା ଯୋଗୁଁ ଆଜି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି

ସମାଜ ଡିଜିଟାଲ ଡେସ୍କ: ଆଜି ମାଲକାନଗିରି ଜିଲାରେ ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି । ଜିଲାରେ ପ୍ରବଳ ବର୍ଷା ଯୋଗୁଁ ରେଡ ଆଲର୍ଟ ଜାରି ହୋଇଥିବାରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ସ୍କୁଲ ଛୁଟି ସତ୍ୱେ ସବୁ ଶିକ୍ଷକ, ଶିକ୍ଷୟିତ୍ରୀ ସ୍କୁଲରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନ୍‍ଏଚ୍‍ ୩୨୬ ପୋଟେରୁ-କଂଗୃକୋଣ୍ଡା ପୋଲ ଉପରେ ୫ଫୁଟରୁ ପାଣି ଜମି ରହିଛି । କାଲିମେଳା ଓ ପଡିଆ ମୁଖ୍ୟ ରାସ୍ତାର କନ୍ୟାଶ୍ରମ ପୋଲ ଉପରେ ମଧ୍ୟ ପାଣି ଜମି ରହିଛି । ଫଳରେ କାଲିମେଳା ଓ ପଡିଆକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

 

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories