www.samajalive.in
Saturday, December 6, 2025
26.1 C
Bhubaneswar

୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା, ଚାଳକ ମୃତ

ରଣପୁରଗଡ: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଆଜି ଭୋର ସମୟରେ କଲିକତାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ପାଇପ ବୋଝେଇ ଟ୍ରକ ଜାତୀୟ ରାଜପଥ ଗୌରଚନ୍ଦ୍ରପୁର ଛକ ନିକଟ ଓଭର ବ୍ରିଜ୍‍ ମାଟି ଗଦାରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ଟ୍ରକ ଚାଳକ ଓ ହେଲପର ଚାପି ହୋଇଯିବାର  ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପରଙ୍କୁ ଉଦ୍ଧାର କରି ମେଡିକାଲରେ ଭତ୍ତି କରାଯାଇଛି ।
ଖବର ପାଇ ଚାନ୍ଦପୁର ଥାନା ଉପ ନିରୀକ୍ଷକ ସଞ୍ଜୟ କୁମାର ପରିଡା ସଦଳବଳେ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ଓ ହାଇଡ୍ର। ଗାଡିର ସହାୟତାରେ ତ୍ୱରିତ ପଦକ୍ଷେପ ନେଇଥିଲେ। ଚାଳକ ମୁସ୍ତାବରୀ ମିୟାନକୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ସହଯୋଗୀ ଦେବବ୍ରତ ବାନାର୍ଜୀକୁ ଉଦ୍ଧାର କରି ଚାନ୍ଦପୁର ବସନ୍ତ ମଞ୍ଜରୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଇଥିବା ଜଣାପଡିଛି। ଉପ ନିରୀକ୍ଷକ ପରିଡାଙ୍କ ତ୍ୱରିତ ପଦକ୍ଷେପକୁ ସ୍ଥାନୀୟ ଲୋକମାନେ ପ୍ରଶଂସା କରିଛନ୍ତି।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories