www.samajalive.in
Friday, December 5, 2025
20.1 C
Bhubaneswar

୨୫ ପର୍ଯ୍ୟନ୍ତ ବଢ଼ିଲା ଚାଷୀ ପଞ୍ଜୀକରଣ

ଭୁବନେଶ୍ବର : ଖରିଫ ଋତୁ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ଚାଷୀ ପଞ୍ଜୀକରଣ ଅବଧି ୫ଦିନ ବୃଦ୍ଧି କରିଛନ୍ତି। ପଞ୍ଜୀକରଣ ସମୟ ସୀମା ଚଳିତ ମାସ ୨୦ ତାରିଖ ଥିବାବେଳେ ୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିବା ନେଇ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମନ୍ତ୍ରୀ ଶ୍ରୀ ପାତ୍ର ଗଣମାଧ୍ୟମକୁ କହିଛନ୍ତି, ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପଞ୍ଜୀକରଣ ବ୍ୟବସ୍ଥାକୁ ଆହୁରି ସରଳୀକରଣ କରିଛନ୍ତି। ପଞ୍ଜୀକରଣ କେନ୍ଦ୍ରରେ ଚାଷୀ ନିଜସ୍ବ ଘୋଷଣାନାମା ଫର୍ମ ପୂରଣ କରି ପଞ୍ଜୀକରଣ କରିପାରିବେ। ଏହାଦ୍ବାରା ଚାଷୀଙ୍କୁ ଆଉ ରାଜସ୍ବ ନିରୀକ୍ଷକଙ୍କ ପାଖକୁ ବାରମ୍ବାର ଦୌଡ଼ିବାକୁ ପଡ଼ିବ ନାହିଁ। ପଞ୍ଜୀକରଣ ପାଇଁ ଚାଷୀଙ୍କୁ ବଂଶାବଳୀ ପ୍ରମାଣପତ୍ର ଦେବାକୁ ପଡୁଥିଲା। ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ଚାଷୀ ଅଧିକ ଉପକୃତ ହେବେ। ପୂର୍ବରୁ ବଂଶାବଳୀ ପ୍ରମାଣପତ୍ର ପାଇଁ ଚାଷ ଜମିର ଉତ୍ତରାଧିକାରୀଙ୍କ ସମ୍ମତିପତ୍ର ଆବଶ୍ୟକ ପଡୁଥିଲା। ଯେଉଁଥିପାଇଁ ଚାଷୀଙ୍କୁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଦୌଡ଼ିବାକୁ ବାଧ୍ୟ ହେଉଥିଲା। ବିଳମ୍ବିତ ପ୍ରକ୍ରିୟା ପାଇଁ ଚାଷୀ ସରକାରଙ୍କ ନିର୍ଦ୍ଧାରିତ ସମୟ ଭିତରେ ନାଁ ପଞ୍ଜୀକରଣ କରି ନ ପାରି ବାଦ୍ ପଡୁଥିଲା। ଯେଉଁଥିପାଇଁ ଧାନର ଅଭାବୀ ବିକ୍ରି ପରିସ୍ଥିତି ସୃଷ୍ଟି ହେଉଥିଲା। ଏବେ କିନ୍ତୁ ଯୋଗାଣ ବିଭାଗ ନିଜସ୍ବ ଘୋଷଣାନାମାପତ୍ର ଜାରି କରିଛି, ଯାହାକୁ ପୂରଣ କରି ଚାଷୀ ସିଧାସଳଖ ପଞ୍ଜୀକରଣ କରିପାରିବେ। ଏହାସହ ସରକାର ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଜୁଲାଇ ୧୯ରୁ ଚାଷୀ ପଞ୍ଜୀକରଣ ଆରମ୍ଭ କରିଛନ୍ତି। ଚଳିତ ଖରିଫରେ ଏଯାବତ୍‌ ୧୩.୩୪ଲକ୍ଷ ଚାଷୀ ପଞ୍ଜୀକରଣ କରିଥିବା ଜଣାପଡ଼ିଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories