www.samajalive.in
Monday, December 8, 2025
17.1 C
Bhubaneswar

ଆଜି ଏହି ରାଶିର ଲୋକଙ୍କ ମନ ଖୁସି ରହିବ, ପୁରୁଣା ବନ୍ଧୁଙ୍କୁ ଭେଟି ପାରନ୍ତି

ମେଷ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ। ରାଜଧନ, ଉତ୍ତମ ଗୃହ, କୀର୍ତ୍ତି, ମର୍ତ୍ତି, ସ୍ବତ୍ବ, ସନ୍ତୋଷ ଓ ବହୁବିଧ ଧନ ମିଳିପାରେ।
ବୃଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତମାନଙ୍କର ପ୍ରେରଣାଦାୟୀ ଓ ନମସ୍ୟ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।
ମିଥୁନ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ପଡ଼ୋଶୀଙ୍କ ସହିତ ଥିବା ସୁସମ୍ପର୍କରେ ବାଧା ଉପୁଜିପାରେ। ସାରାଦିନ ସତର୍କତାର ସହ ଚଳିବାକୁ ପଡ଼ିବ। ସୁସ୍ଥ ରହିବେ।
କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଆନନ୍ଦଦାୟକ ହେବ। କର୍ମକ୍ଷେତ୍ରକୁ ଉଜ୍ଜ୍ବଳମୟ କରିପାରନ୍ତି। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ସୁଖାଦ୍ୟ ସହ ଆନନ୍ଦ ଉପଭୋଗ କରିପାରନ୍ତି।
ସିଂହ: ଆପଣଙ୍କ ଅମାୟିକ ବ୍ୟବହାର ସ୍ନେହପୂର୍ଣ୍ଣ ଭାଷାରେ ଶତ୍ରୁ ମଥାନତ କରିପାରେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଅଶାନ୍ତି ଦୂର ହେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ବଚ୍ଛ ଓ ନିର୍ମଳ ରହିଛି।
କନ୍ୟା: ଉଚ୍ଚ ଶିକ୍ଷାର ସାକ୍ଷାତକାର ପାଇଁ ନାନା ଉପାଦେୟ ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିବେ। ବିଭିନ୍ନ ସୂତ୍ରରୁ ଧନାଗମର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ।
ତୁଳା:ପରିଶ୍ରମ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ସୁସମ୍ପାଦନ କରି ଉଚିତ ମୂଲ୍ୟ ପ୍ରାପ୍ତ ହେବେ। ଯାନବାହନ ସୁଖ ମିଳିପାରେ। ଗୃହ ପରିବେଶ ଉତ୍ତମ ମାନର ହେବ। କୃଷି କ୍ଷେତକୁ ତ୍ବରାନ୍ବିତ କରିବେ।
ବିଛା: ବିଭିନ୍ନ ସ୍ତରରୁ ଏପରିକି ଆଶା କରୁନଥିବା ସଂସ୍ଥାରୁ ଧନାଗମ ହୋଇ ଆର୍ଥିକ ସ୍ଥିତିକୁ ଉନ୍ନତମାନର କରିପାରେ। ଦେବ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ। କର୍ମଠ ହେବେ।
ଧନୁ: ତ୍ୟାଗଶୀଳ ମନୋବୃତ୍ତିର ହେବେ। ମତିଜ୍ଞ ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଅତି ସୁଖୀ, କୀର୍ତ୍ତିଶାଳୀ ଓ ସହିଷ୍ଣୁ ହେବେ। ମନ ପ୍ରଫୁଲ୍ଲ ରହିବ। ବ୍ୟବସାୟରୁ ଲାଭ ମିଳିବ।
ମକର: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
କୁମ୍ଭ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ମୀନ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories