www.samajalive.in
Friday, December 5, 2025
20.1 C
Bhubaneswar

ଗଞ୍ଜାମ ପୋଲିସର ଅଭିଯାନ ‘ଅନ୍ୱେଷଣ’, ଉଦ୍ଧାର ହେବେ ନିଖୋଜ ଶିଶୁ ଓ ମହିଳା

ଛତ୍ରପୁର : ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ମାସ ୧ ତାରିଖରୁ  ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ “ଗରୁଡ଼”  ଅଭିଯାନ  ଜାରିରହିଥିଲା ।  ଅପରାଧ ଏବଂ ଅପରାଧୀଙ୍କ ଉପରେ ରୋକ ଲଗାଇବାକୁ ଏହି ଅଭିଯାନ ଚାଲିଥିଲା । ଏହି ସ୍ୱତନ୍ତ୍ର ଡ୍ରାଭଭ୍‌ ଗରୁଡ଼ରେ ଗଞ୍ଜାମ ପୋଲିସ ଜିଲ୍ଲାକୁ ବେଶ ସଫଳତା ମିଳିଛି । ଏନେଇ ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ସୂଚନା ଦେଇଛନ୍ତି । ତେବେ ପୁଣି ଆଜିଠୁ ଆରମ୍ଭ ହୋଇଛି ଅପରେସନ୍ ଅନ୍ୱେଷଣ । ଏଥିରେ ନିଖୋଜ ଶିଶୁ ଓ ମହିଳାଙ୍କୁ ଉଦ୍ଧାର କରାଯିବ । ପ୍ରଥମ ଦିବସରେ ୨୦ ଜଣ ଉଦ୍ଧାର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣ ନାବାଳକ/ନାବାଳିକା ଥିବାବେଳେ ୧୩ ଜଣ ମହିଳା ଅଛନ୍ତି । ଉଦ୍ଧାର ପରେ ସେମାନଙ୍କୁ ତାଙ୍କ ପରିବାରକୁ ହସ୍ତାନ୍ତର କରିଛି ପୋଲିସ ।  ଏହି ଅପରେସନ୍ ଏକ ସପ୍ତାହ ପର୍ଯ୍ୟନ୍ତ ଚାଲିବ ବୋଲି ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ସୂଚନା ଦେଇଛନ୍ତି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories