www.samajalive.in
Friday, December 5, 2025
26.1 C
Bhubaneswar

ଅବପାତ ଦୁର୍ବଳ: ୨୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର : ଗୋପାଳପୁର ଅତିକ୍ରମ କରିଛି ଅବପାତ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ଼ ମଧ୍ୟରେ ଦୁର୍ବଳ ହୋଇଛି। କିନ୍ତୁ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ବର, କଟକ ସମେତ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲାରେ ବର୍ଷା ହୋଇଛି। ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଭୁବନେଶ୍ବରରେ ୧୧.୭ମି.ମି. ବର୍ଷା ହୋଇଥିବା ବେଳେ କଟକରେ ୧୧.୬, ପାରାଦ୍ବୀପ ୧୦.୩, ତାଳଚେର ୧୬.୪, ଭଦ୍ରକ ୨୦ ଏବଂ ଜଗତସିଂହପୁରରେ ୨୮.୨ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପୁଣି ବୁଧବାରଠାରୁ ରାଜ୍ୟର ଉତ୍ତର-ପଶ୍ଚିମ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ୨୪ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories