www.samajalive.in
Friday, December 5, 2025
23.1 C
Bhubaneswar

ବଜ୍ରପାତ ନେଲା ଦୁଇ ଜୀବନ

କୋଲାବିରା : ଝାରସୁଗୁଡ଼ା ଜିଲା କୋଲାବିରା ଥାନା ପରମାଣପୁର ପଞ୍ଚାୟତ ଅଧୀନସ୍ଥ କାଲିବାହାଲ ଗ୍ରାମରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ବଜ୍ରପାତ ଘଟି ୨ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ କାଲିବାହାଲ ଗାଁର ବୀର କିଷାନ ଓ ଦୁଃଖବନ୍ଧୁ ମାଝୀ ବୋଲି ଜଣାପଡିଛି। ବୀର ଓ ଦୁଃଖବନ୍ଧୁ ଜମିରେ କାମ କରିବା ପାଇଁ ଯାଇଥିଲେ। ବର୍ଷା ଓ ଘଡ଼ଘଡ଼ି ଯୋଗୁଁ ସେମାନେ ଏକ ମହୁଲ ଗଛ ତଳେ ଆଶ୍ରୟ ନେଇଥିଲେ। ହଠାତ ବଜ୍ରପାତ ହେବାରୁ ଉଭୟେ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। କୋଲାବିରା ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories