www.samajalive.in
Friday, December 12, 2025
23.1 C
Bhubaneswar

ରାଜ୍ୟର ଅର୍ଥନୈତିକ ବିକାଶ ପାଇଁ ନୂଆ ଦିଗ ଖୋଲିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୮,୩୦୭.୭୪ କୋଟି ବ୍ୟୟରେ ଓଡ଼ିଶାରେ ୧୧୦.୮୭୫ କିଲୋମିଟର ଦୈର୍ଘ୍ୟର ୬-ଲେନ୍ ବିଶିଷ୍ଟ କ୍ୟାପିଟଲ୍ ରିଜିଅନ୍ ରିଙ୍ଗ ରୋଡ୍ (ଭୁବନେଶ୍ୱର ବାଇପାସ୍) ନିର୍ମାଣ ପାଇଁ ଅନୁମୋଦନ ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସଡ଼କ, ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ୍ ଗଡ଼କରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି। ଏହି ରିଙ୍ଗ ରୋଡ଼ ରାଜଧାନୀ ଓ ଆଖପାଖର ପ୍ରମୁଖ ସହରୀୟ କେନ୍ଦ୍ରଗୁଡ଼ିକର ଗମନଗମନକୁ ସହଜ କରିବ, ପଣ୍ୟ ପରିବହନ ଦକ୍ଷତା ବୃଦ୍ଧି ପାଇବା ସହିତ ରାଜ୍ୟର ଅର୍ଥନୈତିକ ବିକାଶ ପାଇଁ ନୂଆ ଦିଗ ଖୋଲିବ ବୋଲି ଶ୍ରୀ ମାଝୀ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ୬ ଲେନ୍ ବିଶିଷ୍ଟ କଣ୍ଟ୍ରୋଲଡ୍ ଗ୍ରିନଫିଲ୍ଡ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ ପ୍ରକଳ୍ପ ନିର୍ମାଣକୁ ମଞ୍ଜୁର ମିଳିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ବିଗତ ଦିନମାନଙ୍କରେ ଯେଉଁମାନଙ୍କ ହାତରେ ଦାୟିତ୍ୱ ଥିଲା, ଓଡ଼ିଆ ଲୋକଙ୍କ ସ୍ୱାର୍ଥ ସୁରକ୍ଷା ହେଉ ବୋଲି ସେମାନେ ଚାହୁଁନଥିଲେ। ଡବଲ ଇଞ୍ଜିନ ସରକାରରେ ଓଡ଼ିଆ ଲୋକଙ୍କ ସ୍ୱାର୍ଥ ସୁରକ୍ଷିତ ହୋଇଛି। ବିକାଶର ଗତି ଦୁଇ ଗୁଣା ହେଉଛି ବୋଲି ସେ କହିଛନ୍ତି।
ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଏହି ଐତିହାସିକ ଏବଂ ବହୁ ପ୍ରତୀକ୍ଷିତ ରିଂ ରୋଡ୍ ପ୍ରକଳ୍ପକୁ କେନ୍ଦ୍ରର ମଞ୍ଜୁରୀ ମିଳିବା ବହୁ ଦିନର ସ୍ବପ୍ନ ସାକାର କଲା ପରି ହୋଇଛି। ଏନେଇ ସେ ସୋସିଆଲ ମିଡ଼ିଆ ସାଇଟ୍‌ ଏକ୍ସରେ ସୂଚନା ଦେଇ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଖୁବ୍‌ଶୀଘ୍ର ଏହି କ୍ୟାପିଟାଲ ରିଜିଅନ ରିଂ ରୋଡ ନେଇ ଏନ୍‌ଏଚ୍‌ଏଆଇ ପକ୍ଷରୁ ଟେଣ୍ଡର ଆସିବ, କାମ ଆରମ୍ଭ ହେବ ବୋଲି ସାଂସଦ ସୂଚନା ରଖିଛନ୍ତି।
ସେହିପରି ସାଂସଦ ରୁଦ୍ର ପାଣି କହିଛନ୍ତି, ଏହି ପ୍ରକଳ୍ପ ବାଣିଜ୍ୟ ତଥା ଶିଳ୍ପର ବିକାଶ ପାଇଁ ନୂତନ ରାସ୍ତା ଖୋଲିବା ସହ ରୋଜଗାରର ନୂଆ ସୁଯୋଗ ତିଆରି କରିବ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀଙ୍କୁ ସାକ୍ଷାତ କରି ସାଧୁବାଦ ଜଣାଇଛନ୍ତି।

ଅଗଷ୍ଟ ୩୦କୁ ଅପେକ୍ଷା.. ଏହି ୪ ରାଶିଙ୍କ ପାଇଁ ବଡ ଖୁସି ନେଇ ଆସୁଛି ବୁଦ୍ଧାଦିତ୍ୟ ରାଜଯୋଗ; ଜବରଦସ୍ତ ହେବ ଧନ ବର୍ଷା..

Hot this week

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

Related Articles

Popular Categories