www.samajalive.in
Friday, December 12, 2025
23.1 C
Bhubaneswar

ଜନଶୁଣାଣିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ ଉଦ୍ୟମ । ଆଜି ସାପ୍ତାହିକ ଜନଶୁଣାଣି ବେଳେ ଜଣେ ବ୍ୟକ୍ତି ତାଙ୍କ ଅଭିଯୋଗ ନେଇ ଆସିଥିଲେ, ଏହି ସମୟରେ ମୁଖ୍ୟମନ୍ତ୍ରୀ ଗୁପ୍ତାଙ୍କ ପାଖକୁ ଆସି ହଠାତ ଚିତ୍କାର କରି ଚାପୁଡା ମାରିଥିଲେ । କେହି ବୁଝିବା ପୂର୍ବରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡା ମାରିଥିଲେ । ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ହାତ ଧରି ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ । ଆକ୍ରମଣକାରୀ ୩୫ବର୍ଷୀୟ ରାଜେଶ ଖିମଜୀ ସାକାରିଆ ବୋଲି ଜଣାପଡିଛି ।

ଦିଲ୍ଲୀ ବିଜେପି ଏହି ଘଟଣାର ନିନ୍ଦା କରିବା ସହ ବିଜେପି ନେତା ରମେଶ ବିଧୁରୀ କହିଛନ୍ତି ଯେ ମୁଁ ଭାବୁଛି ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣ କରିବାର ଏହି ପ୍ରୟାସ ଜନଶୁଣାଣିକୁ ପଥଭ୍ରଷ୍ଟ କରିବା ଉଦ୍ଦେଶ୍ୟରେ କରାଯାଇଛି । ପୁଲିସ ସଂପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିଛି । ଆକ୍ରମଣ ସମୟରେ ସେଠାରେ ଅନେକ ଲୋକ ଉପସ୍ଥିତ ରହିଥିଲେ ।

Hot this week

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

Related Articles

Popular Categories