www.samajalive.in
Saturday, December 6, 2025
16.1 C
Bhubaneswar

୩୦ ଦିନ ଜେଲରେ ରହିଲେ ପଦ ଯିବ

ନୂଆଦିଲ୍ଲୀ : ବୁଧବାର ଲୋକସଭାରେ ଗୁରୁତ୍ଵପୂର୍ଣ୍ଣ ସମ୍ବିଧାନ ସଂଶୋଧନ ବିଲ୍ ଆଗତ ହୋଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଏହି ବିଲ୍ କୁ ଆଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ହୁଅନ୍ତୁ କି ମୁଖ୍ୟମନ୍ତ୍ରୀ , ଯଦି ଏହି ପଦରେ ଥିବା ବ୍ୟକ୍ତିଙ୍କ ବିରୋଧରେ କୌଣସି ସାଂଘାତିକ ଅଭିଯୋଗ ଆସେ ଓ ଗିରଫ ହୁଅନ୍ତି ତେବେ ସେମାନଙ୍କର ପଦ ଯିବ। ୩୦ ଦିନ ପର୍ଯ୍ୟନ୍ତ ଜେଲରେ ରହିଲେ ସେମାନଙ୍କୁ ଇସ୍ତଫା ଦେବାକୁ ପଡିବ। ୫ ବର୍ଷ ପର୍ଯ୍ୟନ୍ତ ଦଣ୍ଡାଦେଶ ମାମଲାରେ ୩୦ ଦିନ ଜେଲରେ ରହିଲେ ପଦ ଯିବ।  ଗିରଫ ହେବାର ୩୦ ଦିନ ପରେ ତାଙ୍କ ପଦ ରଦ୍ଦ ହୋଇଯିବ।  ବିଲ୍ ଆଗତ ପରେ ଗୃହରେ ବିରୋଧୀଙ୍କ ପ୍ରବଳ ହୋହାଲ୍ଲା ଏବଂ ହଟ୍ଟଗୋଳ ଦେଖିବାକୁ ମିଳିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories