www.samajalive.in
Monday, December 15, 2025
17.1 C
Bhubaneswar

ନୂଆଦିଲ୍ଲୀରେ ଓଡିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଭବନରେ ଓଡିଆ ଐତିହ୍ୟର ଝଲକ ରହିବ

ଭୁବନେଶ୍ୱର: ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ। ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ବୈଠକରୁ ଜଣାଯାଇଛି ଯେ, ସମୁଦାୟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି G+6 ଭବନ ନିର୍ମାଣ କରାଯିବ ଏବଂ ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍ ଉପଲବ୍ଧ ହେବ। ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି।
ସେହିଭଳି ମୁମ୍ବାଇକୁ ଯେହେତୁ ଓଡିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଭକ୍ତ ଓ ଦର୍ଶାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ କୋଲକତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories