www.samajalive.in
Friday, December 12, 2025
27.1 C
Bhubaneswar

ବାୟୁସେନା ଆକ୍ରମଣରେ ୩୦୦ ଆତଙ୍କବାଦୀ ମୃତ ସୂଚନା; ଜୈଶ କଂଟ୍ରୋଲ ରୁମ୍‌, ଲଞ୍ଚପ୍ୟାଡ୍‌ ଧ୍ଵଂସ

ନୂଆଦିଲ୍ଲୀ: ପାକିସ୍ତାନ ସୀମାରେ ଥିବା ପିଓକେରେ ଭାରତୀୟ ବାୟୁସେନା ପକ୍ଷରୁ ହୋଇଥିବା ବିମାନ ଆକ୍ରମଣରେ ଜୈଶ-ଏ-ମହମ୍ମଦ(ଜେଇଏମ)ର ବହୁ ଶିବିର ଧ୍ଵଂସ ପାଇଛି। ଏଥିରେ ଜେଇଏମର ବାଲାକୋଟ, ଚାକୋଟି ଏବଂ ମୁଜାଫରବାଦରେ ଥିବା ଆତଙ୍କୀ ଶିବିର ଧ୍ଵସ୍ତବିଧ୍ଵସ୍ତ ହୋଇଯାଇଛି। ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍‌ ସମେତ ଜୈଶର କଣ୍ଟେ୍ରାଲ ରୁମ ଧ୍ଵଂସ ପାଇଯାଇଛି। ଆକ୍ରମଣରେ ଜୈଶ ସଂଗଠନର ପ୍ରାୟ ୩୦୦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆକ୍ରମଣ ସମ୍ପର୍କରେ ଜାତୀୟ ସୁରକ୍ଷା ଉପଦେଷ୍ଟା(ଏନଏସଏ) ଅଜିତ ଡୋଭାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଥିବା ଜଣାପଡ଼ିଛି। ତେବେ ବର୍ତ୍ତମାନ ସୁଦ୍ଧା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସବିଶେଷ ବିବରଣୀ ଦିଆଯାଇ ନାହିଁ।

Hot this week

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

Related Articles

Popular Categories