www.samajalive.in
Saturday, December 13, 2025
27.1 C
Bhubaneswar

ବାୟାପଡା ଘାଟି ତଳକୁ ଖସି ପଡିଲା କମାଣ୍ଡର ଜିପ; ୧୫ ଯାତ୍ରୀ ଆହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ବାୟାପଡା ଘାଟିରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘାଟି ତଳକୁ ଖସି ପଡିଲା କମାଣ୍ଡର ଜିପ । ମାତ୍ର ବଡ ଦୁର୍ଘଟଣାରୁ ଅଳ୍ପେକେ ବର୍ତ୍ତି ଯାଇଛନ୍ତି ୨୫ ରୁ ଅଧିକ ଯାତ୍ରୀ । କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡ଼ି ପଞ୍ଚାୟତର ଆମଳିବେଡାରୁ କୁଡୁମୁଲୁଗୁମ୍ମା ସାପ୍ତାହିକ ହାଟକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ବାୟାପଡା ଘାଟି ତଳକୁ ଏହି ଜିପ୍‌ ଖସି ପଡିଛି । ଘଟଣାସ୍ଥଳରେ କୁଡୁମୁଲୁଗୁମ୍ମା ଅଗ୍ନିଶମ ବାହିନୀ ପହଁଚି ଗାଡି ଭିତରୁ ଆହତ ମାନଙ୍କୁ ଉଦ୍ଧାର କରିଛନ୍ତି। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଏବେ ମଧ୍ୟ କିଛି ଯାତ୍ରୀ ଫସି ରହିଥିବା ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ କରିବା ସହ ହସ୍ପିଟାଲରେ ଆହତଙ୍କ ଚିକିତ୍ସା ଜାରି ରହିଛି ।

ଦେଖନ୍ତୁ ଭିଡିଓ; ପଡିଆରେ ଗଡି ଗଡି ଫୁଟବଲ୍‌ ଖେଳିଲା ହାତୀ

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories