www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତା ୩ ବର୍ଷରେ ରାଜ୍ୟରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, BSE ଓ CHSE ବୋର୍ଡ ମିଶିଯିବ

ଭୁବନେଶ୍ବର: ଆସନ୍ତା ୩ ବର୍ଷରେ ରାଜ୍ୟରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ । ଏଭଳି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୪୫ ହଜାର ଶିକ୍ଷକ ପଦବୀ ମଧ୍ୟରୁ ୪୦ ହଜାର ନୂତନ ପଦବୀ ସୃଷ୍ଟି ହେବ । ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷା ନୀତିରେ ହେବ ବ୍ୟାପକ ପରିବର୍ତ୍ତନ । ସିମ୍ମାଟିକ୍ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।

ସେହିପରି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ମିଳିବ । BSE ଓ CHSE ମିଶିଯାଇ ଗୋଟିଏ ବୋର୍ଡ ଗଠନ କରାଯିବ । ଅର୍ଥାତ ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ମିଶି ଗୋଟିଏ ବୋର୍ଡ ଗଠନ ହେବ । ଆସନ୍ତା ଡିସେମ୍ବର ସୁଦ୍ଧା ୫୦୬୭ ଶିକ୍ଷକ ପଦବୀ ଖାଲି ହେବ । ୩ ବର୍ଷ ମଧ୍ୟରେ ୪୪,୪୩୩ଟି ଶିକ୍ଷକ ପଦବୀ ପୂରଣ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ୪୫ ହଜାରରୁ ଅଧିକ ସ୍କୁଲରେ ୧, ୬୦, ୩୧୯ଟି ଶିକ୍ଷକ ପଦବୀ ରହିଛି ।

- Advertisement -

ଏହାସହ ପିଲାମାନଙ୍କ ପାଇଁ ନିଯୁକ୍ତ ହେବେ ANM । ପ୍ରତି ୩୦୦ ପିଲାଙ୍କ ପାଇଁ ଜଣେ ANM ରହିବେ । ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories