www.samajalive.in
Thursday, December 11, 2025
18.1 C
Bhubaneswar

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା ; ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

କଟକ: ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୁଇ ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇଙ୍କୁ ଗୁରୁବାର ଜେରା କରିଛି କ୍ରାଇମବ୍ରାଞ୍ଚ। ଚୌଦ୍ବାର ଜେଲରୁ ଅଣାଯାଇ ଅଭିଯୁକ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ଅପରାହ୍ଣ ୨ଟା ଜେରା ଆରମ୍ଭ ହୋଇଥିଲା। ସନାତନ ବହୁ ତଥ୍ୟ କ୍ରାଇମବ୍ରାଞ୍ଚକୁ ଦେଇଥିବାବେଳେ ରାମଜୀଙ୍କ ନିକଟରୁ ସେଭଳି କିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିପାରିନାହିଁ। ଶୁକ୍ରବାର ଅପରାହ୍ଣ ୨ଟା ପର୍ଯ୍ୟନ୍ତ ରିମାଣ୍ଡ ଅବଧି ରହିଛି। ଏହି ସମୟ ମଧ୍ୟରେ ଆଉ କିଛି ବ୍ୟକ୍ତିଙ୍କୁ ପଚରାଉଚରା କରାଯିବ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷ​‌ରେ ଅତିରିକ୍ତ ଜିଲା ଦୌରାଜଜ ଅଦାଲତରେ ସମସ୍ତ ଅଭିଯୁକ୍ତଙ୍କର ଜାମିନ ଆବେଦନ ମାମଲାର ଶୁଣାଣି ଆସନ୍ତାକାଲି ହେବ। ରାମ୍‌ଜୀ ବାଦାମବାଡ଼ି ଅଞ୍ଚଳର ଜଣେ ବ୍ୟବସାୟୀ ହୋଇଥିବାବେଳେ ସନାତନ ହେଉଛନ୍ତି କୋରାପୁଟ ଏକ୍ସ- କ୍ୟାଡର ଶିକ୍ଷକ ସଂଘର ସଭାପତି।

୩୦ ଅଗଷ୍ଟରେ ମହାସଂଯୋଗ: ଏକାଠି ହେବେ ବୁଧ, ସୂର୍ଯ୍ୟ, କେତୁ, ଏହି ୩ ରାଶିଙ୍କ ଭାଗ୍ୟରେ କ’ଣ ଘଟିବ ଜାଣନ୍ତୁ..

- Advertisement -

 

Hot this week

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

Related Articles

Popular Categories