www.samajalive.in
Wednesday, December 10, 2025
26.1 C
Bhubaneswar

ପିଲାଙ୍କୁ ମିଳିବ ମାଗଣା ବହି ଓ ବସ୍‍ ସେବା

ସମାଜ ଡିଜିଟାଲ ଡେସ୍କ: ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା । ପୂର୍ବରୁ ଏସ.ସି ଓ ଏସଟି ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପିଲାମାନେ ସ୍କୁଲକୁ ଯାତାୟାତ କରିବା ସମୟରେ ୟୁନିଫର୍ମ ଓ ଆଇ-କାର୍ଡ ଦେଖାଇ ମାଗଣାରେ ମୁଖ୍ୟମନ୍ତ୍ରୀ ବସ୍‍ ସେବାର ଲାଭ ଉଠାଇ ପାରିବେ । ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶିକ୍ଷା ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ଆଦିବାସୀ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦେବା ଉପରେ ଗୁରୁତ୍ୱାରୋପ କରିବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ସହିତ SCSTRTI ସହଯୋଗରେ କୋରାପୁଟରେ ଏକ ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ।

ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (BSE, CHSE) କୁ ମିଶାଇ ଗୋଟିଏ ବୋର୍ଡ଼ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏଥିସହିତ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories