www.samajalive.in
Saturday, December 13, 2025
27.1 C
Bhubaneswar

୨୫ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ଭୁବନେଶ୍ବର, କଟକ ସହିତ ଚାନ୍ଦବାଲି, ବାଲେଶ୍ବର, ଖୋର୍ଦ୍ଧା, ନୟାଗଡ଼, ସୁବର୍ଣ୍ଣପୁର, ହୀରାକୁଦ ଏବଂ ପୁରୀ ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୫ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିପାରେ। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, ଖୋର୍ଦ୍ଧା, ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ସତର୍କ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

୩୦ ଅଗଷ୍ଟରେ ମହାସଂଯୋଗ: ଏକାଠି ହେବେ ବୁଧ, ସୂର୍ଯ୍ୟ, କେତୁ, ଏହି ୩ ରାଶିଙ୍କ ଭାଗ୍ୟରେ କ’ଣ ଘଟିବ ଜାଣନ୍ତୁ..

- Advertisement -

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories