www.samajalive.in
Sunday, December 7, 2025
16.1 C
Bhubaneswar

ଗଙ୍ଗା ସ୍ନାନ ସାରି ଫେରିବା ବେଳେ ଟ୍ୟାଙ୍କର-ଅଟୋ ଧକ୍କା; ୮ ମୃତ, ସାମ୍ନାକୁ ଆସିଲା ଦୁର୍ଘଟଣାର ଭୟଙ୍କର ଦୃଶ୍ୟ

ପାଟନା : ବିହାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣାର ଖବର ଶନିବାର ସାମ୍ନାକୁ ଆସିଛି । ପାଟନାର ଦରିୟାବାଁ- ହିଲସା ହିଲ୍ସ ଷ୍ଟେଟ୍‌ ହାଇୱେରେ ଟ୍ୟାଙ୍କର ଏକ ଅଟୋକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି । ଅଟୋରେ ଭାଦ୍ରବ ଅମାବାସ୍ୟାରେ ଗଙ୍ଗା ସ୍ନାନ କରି ଫେରୁଥିବା ୮ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି । କେତେକ ଗୁରୁତର ଆହତ ମଧ୍ୟ ହୋଇଛନ୍ତି । ଦୁର୍ଘଟଣାର ଛାତିଥରା ଭିଡିଓ ଭାଇରାଲ୍‌ ହେଉଛି । ଏକ ଫ୍ୟାକ୍ଟ୍ରି ନିକଟରେ ଟ୍ୟାଙ୍କରଟି ଏହି ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିଲା । ୭ ଜଣଙ୍କର ଘଟଣାସ୍ଥଳରେ ଓ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୭ ଜଣ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ଦୁର୍ଘଟଣା ବିଷୟରେ ଖବର ପାଇବା ମାତ୍ରେ ଶାହଜହାଁପୁର ଥାନା ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ ।

- Advertisement -

ନାଳନ୍ଦା ଜିଲ୍ଲାର ହିଲସା ଥାନା ଅଞ୍ଚଳରେ ଅବସ୍ଥିତ ରେରି ମାଲମା ଗାଁର ଲୋକମାନେ ସକାଳେ ଗଙ୍ଗାରେ ଗାଧୋଇବା ପାଇଁ ଫତୁହା ଯାଉଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଦ୍ରୁତ ଗତିରେ ଆସୁଥିବା ଏକ ଟ୍ୟାଙ୍କର୍ ଅଟୋକୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରରେ ଥିଲା ଯେ ଅଟୋଟି ଖଣ୍ଡ ବିଖଣ୍ଡିତ ହୋଇଯାଇଥିଲା। ଦୁର୍ଘଟଣା ଦେଖିବା ମାତ୍ରେ ପ୍ରତ୍ୟକ୍ଷଦର୍ଶୀମାନେ ଚିତ୍କାର କରିବାକୁ ଲାଗିଲେ। ଦୁର୍ଘଟଣାରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା। ପୁଲିସ ତୁରନ୍ତ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲା। ହସ୍ପିଟାଲରେ ଜଣଙ୍କର ମୃତ୍ୟୁ ହୋଇଥିଲା।

ଭିଡିଓ ଦେଖିଲେ ଭୟ ଲାଗିବ ; ମାତ୍ର କିଛି କ୍ଷଣରେ ହରିଣକୁ ଝାମ୍ପି ନେଲା ଚିଲ..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories