www.samajalive.in
Sunday, December 7, 2025
23.1 C
Bhubaneswar

୨୯ରୁ​‌ ମୋଦୀଙ୍କ ଜାପାନ ଓ ଚୀନ ଗସ୍ତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖଠାରୁ ୪ଦିନିଆ ଜାପାନ ଓ ଚୀନ ଗସ୍ତରେ ଯିବେ। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ପର୍ଯ୍ୟାୟରେ ୨୯ ଓ ୩୦ ତାରିଖ ଦୁଇ ଦିନ ଜାପାନ ଗସ୍ତ କରିବେ। ପରେ ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ରେ ଚୀନ ଗସ୍ତ କରିବେ। ଜାପାନ ଗସ୍ତ କାଳରେ ମୋଦୀ ୧୫ତମ ଭାରତ-ଜାପାନ ବାର୍ଷିକ ଶିଖର ବୈଠକରେ ଯୋଗଦେବେ। ଏହା ପରେ ଚୀନ ଗସ୍ତ କାଳରେ ମୋଦୀ ତିଆନଜିନରେ ଅନୁଷ୍ଠିତ ସାଙ୍ଘାଇ ସମନ୍ବୟ ସଂଗଠନ (ଏସସିଓ) ବୈଠକରେ ଯୋଗ ଦେବେ। ଏହା ସହିତ ବୈଠକକୁ ଆସିଥିବା ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କ ସହିତ ମୋଦୀଙ୍କର ଦ୍ବିପାକ୍ଷିକ ଓ ବହୁପାକ୍ଷିକ ବୈଠକ ହେବ। ଏସସିଓ ବୈଠକକୁ ୨୦ଟି ରାଷ୍ଟ୍ରର ନେତାଙ୍କୁ ନିମନ୍ତ୍ରଣ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories