www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀମନ୍ଦିର ପରିସରରେ ଖୋଲିବ ସ୍ତନ୍ୟପାନ ଗୃହ

ସମାଜ ଡିଜିଟାଲ ଡେସ୍କ: ଖୁବଶୀଘ୍ର ଶ୍ରୀମନ୍ଦିର ପରିସରରେ ଖୋଲିବ ସ୍ତନ୍ୟପାନ ଗୃହ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ନିଷ୍ପତ୍ତି ହେବା ସହିତ ଯୋଜନା ପ୍ରସ୍ତୁତ କରାଯାଇଛି। ଏ ଦିଗରେ ତ୍ଵରିତ ପଦକ୍ଷେପ ନେବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି।

ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଆସୁଛନ୍ତି। ଅନେକ ମା’ ନିଜ ଛୋଟ ଛୋଟ ଶିଶୁମାନଙ୍କୁ ମଧ୍ୟ ନେଇ ଆସୁଛନ୍ତି। କିନ୍ତୁ ଶିଶୁଙ୍କୁ ସ୍ତନ୍ୟପାନ କରାଇବାକୁ ସେମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ଵତନ୍ତ୍ର ସ୍ତନ୍ୟପାନ ଗୃହ ଖୋଲିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା କରାଯାଇଛି।

- Advertisement -

ଇତିମଧ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ୟ ଅଧିକାରୀମାନେ ଏ ସମ୍ପର୍କରେ ଆଲୋଚନା କରି ସ୍ଵତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରିଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ପ୍ରଶାସନିକ ଶାଖା କାର୍ଯ୍ୟାଳୟ ନିକଟରେ ଏହି ସ୍ତନ୍ୟପାନ ଗୃହ କାର୍ଯ୍ୟକ୍ଷମ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା’ ଓ ଶିଶୁଙ୍କ ସ୍ଵାଚ୍ଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ। ଏଥିପାଇଁ ଜଣେ ସ୍ଵତନ୍ତ୍ର ମହିଳା ସହାୟିକା ରହିବେ ବୋଲି କୁହାଯାଇଛି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories