www.samajalive.in
Sunday, December 14, 2025
26.1 C
Bhubaneswar

ଟ୍ରକ ଧକ୍କାରେ ଯୁବକଙ୍କ ମୃତ୍ୟୁ

ଗୋପାଳପୁର: ଗୋପାଳପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୧୬ର ଭକ୍ତ ସାଲେବଗ ନଗର ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦିଗିପୁର ଗ୍ରାମର ଏସ.ପାପେୟା(୨୬)। ତେବେ ରାସ୍ତାର ଗୋଟିଏ ପାର୍ଶ୍ବରେ ପାପେୟାଙ୍କ ବାଇକ ଛିଡ଼ା ହୋଇଥିବାବେଳେ ଅନ୍ୟ ପାର୍ଶ୍ବରେ ଦୁର୍ଘଟଣା ଘଟିଥିବାରୁ ଏହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି।

ସୂଚନା ଅନୁସାରେ, ଶନିବାର ଅପରାହ୍ନ ପ୍ରାୟ ୧ଟାରେ ଜାତୀୟ ରାଜପଥ-୧୬ ଭକ୍ତ ସାଲେବଗ ନଗର ନିକଟରେ କଲିକତାରୁ ଆନ୍ଧ୍ର ଅଭିମୁଖେ ଏକ ଟ୍ରକ ଯାଉଥିବା ବେଳେ ପାପେୟାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ି ରହିଥିଲେ। ଖବର ପାଇ ଗୋପାଳପୁର ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ ଓ ଟିମ ଘଟଣା ସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ବାପା ଏସ. କାମେୟା ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ଏକ ମାମଲା(୨୯୮/୨୫) ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୁଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ ଜବତ କରିବା ସହିତ ଡ୍ରାଇଭର ଶ୍ରୀନିବାସ ରାଜୁଙ୍କୁ ଅଟକ ରଖି ପଚରା ଉଚରା କରୁଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories