www.samajalive.in
Friday, December 12, 2025
16.1 C
Bhubaneswar

ନବୀନଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର : ନବୀନ ନିବାସରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ରାଜ୍ୟପାଳ ନବୀନ ନିବାସ ଯାଇଛନ୍ତି। ସେଠାରେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ।
ସୂଚନାନୁଯାୟୀ, ଡିହାଇଡ୍ରେସନ କାରଣରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ  ୭୭ ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିଥିଲା।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗତ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଥିଲେ। ନବୀନ ନିବାସ ଯାଇ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’। ମୁଖ୍ୟମନ୍ତ୍ରୀ କହିଥିଲେ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।

- Advertisement -

୫୦୦ ବର୍ଷ ପରେ.. ଗଣେଶ ଚତୁର୍ଥୀରେ ଦୁର୍ଲ୍ଲଭ ଯୋଗ: ଏହି ରାଶିଙ୍କ ଉପରେ ଖାଲି ହେବ ଧନ ବର୍ଷା, ବଦଳିବ ଏସବୁ..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

Related Articles

Popular Categories