www.samajalive.in
Saturday, December 6, 2025
26.1 C
Bhubaneswar

ଖୁବ୍ ଶୀଘ୍ର ଭୁବନେଶ୍ୱର ବିମାନ ବନ୍ଦର ସଂପ୍ରସାରଣ : ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ

ସମାଜ ବ୍ୟୁରୋ: ଖୁବ୍‌ଶୀଘ୍ର ହେବାକୁ ଯାଉଛି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ । ଏ ନେଇ ଆଜି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ।  “୧୦ବର୍ଷରେ ଦେଶରେ ବେସାମରିକ ବିମାନ ଚଳାଚଳର ଅଭିବୃଦ୍ଧି ହୋଇଛି । ଏବେ ଦେଶରେ ଅନେକ ଛୋଟ ସହରରେ ବିମାନ ବନ୍ଦର ନିର୍ମାଣ ହୋଇଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ସ୍କିମରେ ୩୫୦ ନୂଆ ଏୟାରପୋର୍ଟ ଯୋଜନା । ଆସନ୍ତା ଦଶ ବର୍ଷରେ ଦେଶରେ ୧୨୦ଟି ନୂଆ ଗନ୍ତବ୍ୟସ୍ଥଳ ସୃଷ୍ଟି ଲକ୍ଷ୍ୟ । ପୁରୀରେ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମିଳିସାରିଛି । ରାଜ୍ୟ ସରକାର କେବେ କାମକୁ ଆଗକୁ ବଢାଉଛନ୍ତି ତାକୁ ହିଁ ଅପେକ୍ଷା ।”  ଭୁବନେଶ୍ୱର ବିମାନବନ୍ଦର ପରିସରରେ ‘ଉଡାନ ଯାତ୍ରୀ କାଫେ’ର ଉଦଘାଟନ ପରେ କେ. ରାମମୋହନ ନାଇଡୁ କିଛି ଏମିତି ସୂଚନା ଦେଇଛନ୍ତି । ସୂଚନା ଯୋଗ୍ୟ; ଚେନ୍ନାଇ, ଅହମ୍ମଦାବାଦ, ପୁନେ ପରେ ଆଜି ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଚି ‘ଉଡାନ ଯାତ୍ରୀ କାଫେ’ । ଏହାକୁ ଉଦଘାଟନ କଲେ କେ. ରାମମୋହନ ନାଇଡୁ । କେନ୍ଦ୍ର ସରକାରଙ୍କ ଏହା ଏକ ନୂଆ ପ୍ରୟାସ, ଯେଉଁଥିରେ ଯାତ୍ରୀମାନେ କମ ଖର୍ଚ୍ଚରେ ସୁସ୍ୱାଦୁ ଖାଦ୍ୟ ପାଇପାରିବେ । ୧୦ ଟଙ୍କାରେ ଚା, କଫି, ପାଣି ବୋତଲ ଓ ନଡ଼ିଆ ଲଡ଼ୁ ମିଳିବ। ସେହିପରି ୨୦ ଟଙ୍କାରେ ସିଙ୍ଗଡ଼ା ମିଳିବ। ସବୁ ଯାତ୍ରୀ ଏହି ସୁଲଭ ସୁବିଧା ନେଇ ପାରିବେ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories