www.samajalive.in
Saturday, December 6, 2025
16.1 C
Bhubaneswar

ଜାତୀୟ ହକି ଚାମ୍ପିୟନସିପ୍‌ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି କ୍ରୀଡାମନ୍ତ୍ରୀ

ସମାଜ ବ୍ୟୁରୋ : ୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିୟନସିପ୍‌ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ  କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ପୁରୁଷ ହକି ଦଳର ଏହି ସଫଳତା ପାଇଁ ଦଳର ସମସ୍ତ କ୍ରୀଡ଼ାବିତ୍‌ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଭବିଷ୍ୟତରେ ମଧ୍ୟ ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ପଦକ ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବା ନିମନ୍ତେ ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରିଛନ୍ତି। ଏଥିସହ ଆମ କ୍ରୀଡ଼ାବିତ୍‌ମାନଙ୍କର ବିଜୟର ଗୌରବମୟ ଜୟ ଯାତ୍ରା ଆଗକୁ ମଧ୍ୟ ଜାରି ରହିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ଆଶାବ୍ୟକ୍ତ କରିଛନ୍ତି।

- Advertisement -

ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ହକି ଇଣ୍ଡିଆର ପ୍ରେସିଡେଣ୍ଟ ଶ୍ରୀ ଦିଲୀପ ତିର୍କୀ, କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, ହକି ପ୍ରମୋସନ କାଉନସିଲ, ଓଡ଼ିଶାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦୀପଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories