www.samajalive.in
Monday, December 15, 2025
15.1 C
Bhubaneswar

ମିଳିଲା ସିଏମ୍ କିଷାନ୍ ଟଙ୍କା: ମୁଖ୍ୟମନ୍ତ୍ରୀ କହିଲେ ବଢିବ ଚାଷୀ ପଞ୍ଜୀକରଣ

ଭୁବନେଶ୍ଵର: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା। ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର ପୂର୍ବଦିନ ଅର୍ଥାତ୍ ଆଜି କିସ୍ତି ପ୍ରଦାନ କରାଯାଇଛି । ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହୋଇଛନ୍ତି।  ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରୁଛନ୍ତି। ସେପଟେ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପଞ୍ଜୀକରଣ ଅବଧି ବଢିବ। କେତେ ଦିନ ବଢିବ , ତାହା ଖୁବ୍ ଶୀଘ୍ର ଘୋଷଣା ହେବ। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଆଉ ସପ୍ତାହେ ବଢାଇବାକୁ ପ୍ରସ୍ତାବ ଦେଇଥିଲେ । ତେଣୁ ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ଖୁବ୍ ଶୀଘ୍ର ଘୋଷଣା କରାଯିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories