www.samajalive.in
Sunday, December 14, 2025
16.1 C
Bhubaneswar

କମୁଛି ବନ୍ୟାପାଣି, ବଢୁଛି ଦୁର୍ଦ୍ଦଶା

ଆରଡି : ବୈତରଣୀ ନଦୀରେ ବନ୍ୟା କମୁଥିଲେ ମଧ୍ୟ ବିପନ୍ନଙ୍କ ଦୁର୍ଦ୍ଦଶା ବଢୁଛି  । ଚାନ୍ଦବାଲି ବ୍ଲକର ୪ ପଞ୍ଚାୟତରେ ବନ୍ୟାସ୍ଥିତିର ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଏବେବି ୩ଟି ରାସ୍ତାରେ ବନ୍ୟାପାଣି ପ୍ରବାହିତ ହେଉଥିବାରୁ ଆରଡି, ଓଳଗ, ନାନ୍ଦପୁର ପଞ୍ଚାୟତର ୧୪ ଗାଁ ବାହ୍ୟଜଗତରୁ ବିଛିନ୍ନ ହୋଇ ରହିଛି । ୫ଦିନ ହେଲା ଶହଶହ ଏକର ଚାଷଜମି ଜଳମଗ୍ନ ହୋଇ ରହିଛି। ସେହିପରି ୫ଦିନ ହେଲା ଭୋକ ଉପାସରେ  ଗୃହପାଳିତ ପଶୁ ଗାଁ ଦାଣ୍ଡ ଓ ନଦୀବନ୍ଧର ଆଶ୍ରୟ ନେଇଛନ୍ତି। ବିଶେଷକରି ବୈତରଣୀ ନଦୀ ଆଖଣ୍ଡଳମଣି-କୁଆଖିଆ ୨୦ନମ୍ଵର ଜାତୀୟ ରାଜପଥର ବୋଡକଠାରେ କୂଳ ଲଘିଂବାରୁ ୧କିମି ରାସ୍ତା ଧୋଇ ନେଇଛି। ତାହାସହ ଆରଡି ବସଷ୍ଟାଣ୍ଡ ନିକଟ ପାନ୍ଥନିବାସ ପାଖରେ ଜାତୀୟ ରାଜପଥର କଲର୍ଭଟ ଦବିଯିବାରୁ ଏକ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ  ବ୍ଲକର ତଳିଆ ଅଞ୍ଚଳରେ ବିପନ୍ନଙ୍କୁ ଭେଟି ଭଲମନ୍ଦ ବୁଝିଛନ୍ତି। ସେହିପରି ଜିଲା ପ୍ରଶାସନ ଅଧିକାରୀ ବନ୍ୟାଞ୍ଚଳକୁ ଯାଇ ବିପନ୍ନଙ୍କୁ ଭେଟିବା ସହ ଜଳବନ୍ଦୀ ହୋଇ ରହିଥିବା ବିପନ୍ନମାନଙ୍କ ପାଇଁ ରନ୍ଧାଖାଦ୍ୟ ପାଣି ଛାଡିବା ଯାଏଁ ଯୋଗାଇ ଦେବାକୁ କହିଛନ୍ତି ଭଦ୍ରକ ଜିଲାପାଳ ଦିଲିପ ରାଉତରାୟ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories