www.samajalive.in
Friday, December 5, 2025
27.1 C
Bhubaneswar

ମହାନଦୀ ଜଳ ବିବାଦ ଘଟଣା : ଆଜି ରାୟପୁରରେ ଗୋଲ୍ ଟେବୁଲ ବୈଠକ

ଭୁବନେଶ୍ୱର : ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରଠାରେ ଆଜି ଗୋଲ୍ ଟେବୁଲ ବୈଠକ ଅନୁଷ୍ଠିତ ହେବ। ବୈଠକ ପରେ ୨୯ ତାରିଖରେ ଛତିଶଗଡ଼ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ। ଜଳ ମାନବ ଡ. ରାଜେନ୍ଦ୍ର ସିଂହ ବୈଠକରେ ଅଧ୍ୟକ୍ଷତା କରିବେ। ଏହି ପରିପ୍ରେକ୍ଷୀରେ ମହାନଦୀ ବଞ୍ଚାଅ ଆନ୍ଦୋଳନର ଆବାହକ ସୁଦର୍ଶନ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ରେଳ ଯୋଗେ ରାୟପୁର ଗସ୍ତ କରିଛନ୍ତି। ବାସୁଦେବ ଭଟ୍ଟ, ବିଜୟ ପ୍ରଧାନ, ସଚ୍ଚି ପ୍ରଧାନ, ଅଶୋକ ପ୍ରଧାନ, ଅର୍ଜୁନ ଚରଣ ସାମନ୍ତରାୟ ପ୍ରମୁଖ ଏହି ବୈଠକରେ ଯୋଗଦେବେ। ମହାନଦୀ ବଞ୍ଚାଅ ଆନ୍ଦୋଳନ, ଛତିଶଗଡ଼ ନଦୀ ଘାଟି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ଜଳ ବିରାଦରୀ ଇତ୍ୟାଦି ଜାତୀୟ ଓ ରାଜ୍ୟସ୍ତରୀୟ ସଂଗଠନ ବୈଠକରେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories