www.samajalive.in
Sunday, December 7, 2025
16.1 C
Bhubaneswar

୩୦ରୁ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର : ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା କରାଯିବ। ଚଳିତ ମାସ ୩୦ରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଜାତୀୟ ଉଦ୍ୟାନରେ ଥିବା ମଠଆଡିଆ ଓ ଜାତୀୟ ଉଦ୍ୟାନ ବାହାରେ ବ୍ରାହ୍ମଣୀ ନଦୀସ୍ଥିତ ଲକ୍ଷ୍ମୀପ୍ରସାଦ ଡିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ। କନିକା ରେଞ୍ଜରେ ମଠଆଡିଆ ଲକ୍ଷ୍ମୀ ପ୍ରସାଦ ଡିଆ ଓ ଦୁର୍ଗାପ୍ରସାଦଠିଆରେ ଗଣନା କରାଯିବ। ତିନୋଟି ଦଳ ଏହି ଗଣନାରେ ସାମିଲ ହେବେ। ପ୍ରତି ଦଳରେ ୭ ଜଣଙ୍କୁ ସାମିଲ କରାଯିବ। ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର। ପକ୍ଷୀ ଗଣନା ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ପକ୍ଷୀ ବିହାର ଭାବେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନକୁ ୨୦୦୨ରେ ରାମହରି ସାଇଟର ମାନ୍ୟତା ମିଳିଛି। ବର୍ଷା ଋତୁ ଆରମ୍ଭରେ ଦେଶୀୟ ପକ୍ଷୀମାନେ ବଂଶ ବିସ୍ତାର ପାଇଁ ଦେଶର କୋଣ ଅନୁକୋଣରୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିଥାନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories