www.samajalive.in
Sunday, December 7, 2025
26.1 C
Bhubaneswar

ଅନୁପ୍ରବେଶ ଉଦ୍ୟମ: ଏଲଓସିରେ ଟଳିଲେ ୨ ଆତଙ୍କବାଦୀ

ସମାଜ ଡିଜିଟାଲ ଡେସ୍କ:  ସୀମାରେ ସଜାଗ ଥିବା ଭାରତୀୟ ସେନା ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମକୁ ପୁଣି ଥରେ ବିଫଳ କରିଛନ୍ତି । ସୂଚନା ଅନୁସାରେ ଜମ୍ମୁ-କାଶ୍ମୀରର ଗୁରେଜ୍‍ ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟରେ ପୁଣି ଏକ ଅନୁପ୍ରବେଶ ପ୍ରୟାସ କରୁଥିବା ବେଳେ ଏହାକୁ ବିଫଳ କରିଛନ୍ତି ସୁରକ୍ଷାକର୍ମୀ । ଫଳରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିଚାଳନା ହୋଇଥିଲା । ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
ସୂଚନା ମୁତାବକ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ପକ୍ଷରୁ ପ୍ରଥମେ ଗୁଳିଚାଳନା କରାଯାଇଥିଲା । ତା’ପରେ ସେନାର ସୈନିକମାନେ ସତର୍କ ହୋଇ ପାକିସ୍ତାନୀଙ୍କ ଅନୁପ୍ରବେଶ ପ୍ରୟାସକୁ ପଣ୍ଡ କରାଯିବା ସହ ଦୁଇ ଆତଙ୍କୀଙ୍କୁ ନିପାତ କରାଯାଇଛି । ସ୍ଥାନୀୟ ଅଞ୍ଚଳରେ ଏବେ ବି ସର୍ଚ୍ଚ ଅପରେସନ୍‍ ଜାରି ରହିଛି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories