www.samajalive.in
Friday, December 5, 2025
26.1 C
Bhubaneswar

୩ଦିନ କାଁ ଭାଁ ବର୍ଷା ହେବ

ଭୁବନେଶ୍ବର: ଲଘୁଚାପ କେନ୍ଦ୍ରୀୟ ଛତିଶଗଡ଼ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବାରୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ। ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ସ୍ବାଭାବିକ ଥିଲେ ମଧ୍ୟ ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। ଗତ ୨୪ଘଣ୍ଟା ମଧ୍ୟରେ କଟକ, କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ନୟାଗଡ଼ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଗୁରୁବାର ସକାଳ ସାଢ଼େ ୮ଟାରୁ ଅପରାହ୍ଣ ସାଢ଼େ ୫ଟା ମଧ୍ୟରେ ନବରଙ୍ଗପୁରରେ ସବୁଠୁ ଅଧିକ ୩୧ମି.ମି. ବର୍ଷା ହୋଇଥିବାବେଳେ ଚାନ୍ଦବାଲି ୧୯.୮ମି.ମି., ବାଲେଶ୍ବର ୫.୯ମି.ମି., ତାଳଚେର ୮.୫ମି.ମି. ଏବଂ ନୂଆପଡ଼ାରେ ୮.୨ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories