www.samajalive.in
Monday, December 8, 2025
14.1 C
Bhubaneswar

ଗାଁ ଦାଣ୍ଡରୁ ମହିଳାଙ୍କ ବେକରୁ ସୁନାଚେନ୍‍ ଛିଣ୍ଡାଇନେଲେ ଲୁଟେରା

ପିପିଲି :ପିପିଲି ଥାନା ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ମାଟିଆପଡା ଗ୍ରାମରେ ଦୁଇଜଣ ଲୁଟେରା ବାଇକରେ ଆସି ଜଣେ ମହିଳାଙ୍କ ବେକରୁ ସୁନାଚେନ୍‍ ଲୁଟିନେବା ଘଟଣା ସମଗ୍ର ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଏଭଳି ଲୁଟ୍‍ ଘଟଣା ବାରମ୍ବାର ଘଟୁଥିବା ସାଧାରଣରେ ଅଭିଯୋଗ ହୋଇଛି।
ଗୁରୁବାର ସକାଳ ପ୍ରାୟ ୬ଟା ସମୟରେ ମାଟିଆପଡା ଗ୍ରାମର ସବିତା ପ୍ରଧାନ ନିଜ ଘର ସମ୍ମୁଖ ଗାଁଦାଣ୍ଡ ରାସ୍ତା କଡରୁ ଫୁଲ ତୋଳୁଥିବା ବେଳେ ଲୁଟ୍‍ର ଶିକାର ହୋଇଥିଲେ। ଦୁଇଜଣ ଲୁଟେରା ଏକ ବାଇକରେ ଆସି ତାଙ୍କ ବେକରୁ ଦେଢଭରି ଓଜନର ସୁନାଚେନ୍‍କୁ ଛିଣ୍ଡାଇ ନେଇ ଫେରାର ହୋଇଯାଇଥିଲେ। ଏନେଇ ମହିଳାଙ୍କ ସ୍ୱାମୀ କୌଶଲ୍ୟାଗଙ୍ଗ ଫାଣ୍ଡି ପୁଲିସରେ ଅଭିଯୋଗ କରିଥିବା ବେଳେ ଫାଣ୍ଡି ଅଧିକାରୀ ସଂନ୍ଧ୍ୟାରେ ଘଟଣାର ଅନୁସନ୍ଧାନ କରିବାକୁ ଘଟଣାସ୍ଥଳକୁ ଯାଇଥିବା ସୂଚନା ମିଳିଛି। ଏବେ ସାଧାରଣ ଲୋକେ ନିଜ ଘର ସମ୍ମୁଖରେ ନିଜକୁ ଅସୁରକ୍ଷିତ ମଣୁଥିବା ଅଭିଯୋଗ ହୋଇଛି ।

ପିତୃପକ୍ଷରେ ଚନ୍ଦ୍ରଗ୍ରହଣ ; ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ,ଅଶୁଭ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories