www.samajalive.in
Saturday, December 6, 2025
15.1 C
Bhubaneswar

ଚୀନ୍‌କୁ ୪-୩ ଗୋଲରେ ହରାଇଲା ଭାରତ

ରାଜଗିରି : ଅଧିନାୟକ ହରମନପ୍ରୀତ ସିଂହଙ୍କ ୪ଟି ଗୋଲ ବଳରେ ଆୟୋଜକ ଭାରତ ଏସିଆ କପ୍‌ ପୁରୁଷ ହକି ପ୍ରତିଯୋଗିତା -୨୦୨୫ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି।
ବିହାରର ରାଜଗିରିରେ ଶୁକ୍ରବାର ଆରମ୍ଭ ହୋଇଥିବା ଉକ୍ତ ପ୍ରତିଯୋଗିତାର ପୁଲ-ଏ ର ଦ୍ବିତୀୟ ମ୍ୟାଚରେ ଭାରତ ୪-୩ ଗୋଲରେ ଚୀନ୍‌କୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ପଏଣ୍ଟ ପାଇଛି। ପ୍ରାରମ୍ଭରୁ ଚୀନ ଘରୋଇ ଭାରତ ଉପରେ ଚାପ ପକାଇଥିଲା। ୧୨ ମିନିଟ୍‌ରେ ଚୀନ୍‌କୁ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ଡୁ ସିହାଓ ଗୋଲରେ ପରିଣତ କରି ଦଳକୁ ୧-୦ରେ ଆଗୁଆ କରିଥିଲେ। ପ୍ରଥମ କ୍ବାର୍ଟର ସୁଦ୍ଧା ଚୀନ୍‌ ୧-୦ ଗୋଲରେ ଆଗୁଆ ରହିଥିଲା। ଦ୍ବିତୀୟ କ୍ବାର୍ଟର ତଥା ଖେଳର ୧୮ ମିନିଟ୍‌ରେ ଭାରତକୁ ପ୍ରଥମ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ଅଧିନାୟକ ହରମନପ୍ରୀତ ସିଂହ ଗୋଲରେ ପରିଣତ କରି ମ୍ୟାଚକୁ ୧-୧ ବରାବର କରିଥିଲେ। ୨୦ ମିନି୍‌ଟ୍‌ରେ ଭାରତକୁ ଆଉ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ହରମନପ୍ରୀତ ସିଂହ ଗୋଲରେ ପରିଣତ କରି ଦଳକୁ ୨-୧ ରେ ଆଗୁଆ କରିଥିଲେ। ପ୍ରଥମାର୍ଦ୍ଧ ସୁଦ୍ଧା ଭାରତ ୨-୧ ଗୋଲରେ ଆଗୁଆ ରହିଥିଲା। ତୃତୀୟ କ୍ବାର୍ଟର ତଥା ଖେଳର ୩୩ ମିନିଟ୍‌ରେ ଭାରତକୁ ଆଉ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ହରମନପ୍ରୀତ ସିଂହ ଗୋଲରେ ପରିଣତ କରି ଦଳକୁ ୩-୧ରେ ଆଗୁଆ କରିଥିଲେ। ୩୫ ମିନିଟ୍‌ରେ ଚୀନ୍‌କୁ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ଚେନ ବେନହାଇ ଗୋଲରେ ପରିଣତ କରି ମ୍ୟାଚକୁ ୨-୩ ସ୍ତରକୁ ଆଣିଥିଲେ। ୪୧ ମିନିଟ୍‌ରେ ଚୀନକୁ ଆଉ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ଗାଓ ଜିସାଙ୍ଗ ଗୋଲରେ ପରିଣତ କରି ମ୍ୟାଚକୁ ୩-୩ ବରାବର କରିଥିଲେ।୪୭ ମିନିଟ୍‌ରେ ଭାରତକୁ ଏକ ପେନାଲ୍ଟି କର୍ଣ୍ଣର ମିଳିଥିଲା। ଏହାକୁ ହରମନପ୍ରୀତ ସିଂହ ଗୋଲରେ ପରିଣତ କରି ଦଳକୁ ୪-୩ରେ ଆଗୁଆ କରିଥିଲେ। ଚୀନ ଶେଷ ପର୍ଯ୍ୟନ୍ତ ଗୋଲ ବରାବର କରିବାକୁ ଉଦ୍ୟମ କରି ମଧ୍ୟ ବିଫଳ ହୋଇଥିଲା। ଭାରତ ୩୧ରେ ଜାପାନ ସହିତ ପରବର୍ତ୍ତୀ ମ୍ୟାଚ ଖେଳିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories