www.samajalive.in
Friday, December 5, 2025
20.1 C
Bhubaneswar

ଧ୍ୱଂସ ହେଲା ମାଓ ଶିବିର, ଭୁଶୁଡ଼ିଲା ଲାଲଗଡ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାର ଆବୁଝମାଡ ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳି ବିନିମୟ ହୋଇଛି। ଏନକାଉଣ୍ଟରରେ କିଛି ମାଓବାଦୀ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରୁ ଶତାଧିକ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ ହୋଇଛି। ଯାହା ମଧ୍ୟରେ ରହିଛି ଏଲଏମଜି, ଏକେ-୪୭, ଆଇଏନଏସଏଏସ, ଏସଏଲଆର ଓ ଷ୍ଟେନ୍ ଗନ୍ ଭଳି ଅନେକ ଅତ୍ୟାଧୁନିକ ବନ୍ଧୁକ । ଏହା ସହିତ ବିଜିଏଲ ସେଲ୍, ଡିଟୋନିଟର, କୋଡେକ୍ସ ଭଳି ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ନାରାୟଣପୁର ଜିଲ୍ଲାର ଡିଆରଜି ବାହିନୀ ଏସଟିଏଫ ଓ ଆଇଟିବିପିର ଯବାନ ମିଳିତ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି । ଲଗାତାର ୫ ଦିନ ଧରି ଜାରି ରହିଥିଲା ମାଓ ଦମନ ଅପରେସନ। ଅଭୁଝମାଡ଼ ଜଙ୍ଗଲରେ ମାଓବାଦୀଙ୍କ କୁତୁଲ ଏରିଆ କମିଟି ସୁରକ୍ଷାକର୍ମୀ ଦେଖି ଆଖିବୁଜା ଗୁଳି ଚାଳନା କରିଥିଲେ। ଯାହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଘଟଣାରେ କିଛି ମାଓବାଦୀ ପ୍ରାଣ ହରାଇଥିବା ଆଶଙ୍କା କରୁଛି ପୁଲିସ। ଏନକାଉଣ୍ଟର ପରେ ସର୍ଚ୍ଚ ଅପରେସନ ଜାରି ରହିଛି।

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories