www.samajalive.in
Monday, December 8, 2025
27.1 C
Bhubaneswar

ତୁରନ୍ତ ସାର ଯୋଗାଅ : କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା। କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହୋଇପଡିଛନ୍ତି।  ବିଭିନ୍ନ ସ୍ଥାନ ରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି।  ସାର ପାଇଁ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଚାଷୀ କୂଳ ର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ।  କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଶ୍ରୀ ଜେ.ପି ନଡ୍ଡା ଙ୍କୁ ପତ୍ର ଲେଖି ସାର ଯୋଗାଣ ରେ ଅବ୍ୟବସ୍ଥା ସମ୍ପର୍କ ରେ ଅବଗତ କରାଇବା ସହ ,ଓଡିଶା ଚାଷୀ କୂଳ ର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି। ସେ କହିଛନ୍ତି ଯେ କୃଷି ଓଡିଶା ଅର୍ଥନୀତି ର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ର ରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶ ର ସାଧାରଣ ବଣ୍ଟନ ବ୍ୟବସ୍ଥା କୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟା ର ପ୍ରୟୋଗ ଓ ସାର ବିହନ ଆଦି ର ଉତ୍ତମ ବଣ୍ଟନ ଓଡିଶାକୁ ଏ ସଫଳତା ଆଣି ଦେଇ ଥିଲା।  ଓଡିଶା ରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜ ରାସ୍ତା କୁ ଓହ୍ଲାଇବା ଚିନ୍ତା ର ବିଷୟ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories