କାମାକ୍ଷାନଗର: ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧିନସ୍ଥ ବସୁଲେଇ ଗାଁ ରେଙ୍ଗାଳୀ ବାମ ପାର୍ଶ୍ଵ କେନାଲରେ ବୁଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ବସୁଲେଇ ଗାଁର ମାନସ ପରିଡା(୩୪) ବୋଲି ଜଣାପଡିଛି। ମାନସ ଗାଧୋଇବାକୁ ଯାଇ କେନାଲର ଜଳସ୍ରୋତରେ ଭାସି ଯାଇଥିଲେ। ତେବେ ସ୍ଥାନୀୟ ଲୋକଙ୍କ ସହଯୋଗରେ ଅଗ୍ନିଶମ ବାହିନୀ ସହାୟତାରେ ତାଙ୍କୁ କେନାଲ ଭିତରୁ ଉଦ୍ଧାର କରାଯାଇଥିଲା। ତେବେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଏ ନେଇ ଦଦରାଘାଟି ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ କରିଛି। ମାନସଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।
Popular Categories



