www.samajalive.in
Wednesday, December 10, 2025
16.1 C
Bhubaneswar

୩ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମି ପ୍ରଭାବରେ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ଉତ୍ତର-ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ଉପକୂଳ ଜିଲା ଗୁଡ଼ିକରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ଡକ୍ଟର ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଶନିବାର ଭୁବନେଶ୍ବର ସହିତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ହୋଇଛି। ରାଜଧାନୀରେ ମଧ୍ୟାହ୍ନ ୧୨ଟା ବେଳକୁ ଝିପିଝିପି ବର୍ଷା ହୋଇଥିଲା। ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିବାରୁ ସାରା ରାଜଧାନୀ ଅନ୍ଧକାରମୟ ହୋଇଥିଲା। ଅସରାଏ ବର୍ଷା ହୋଇଥିଲା। ପାରାଦ୍ବୀପରେ ୩୦.୫ମି.ମି., ଭୁବନେଶ୍ବର ୨୨.୧, ଜଗତସିଂହପୁର ୭.୩, ନୂଆପଡ଼ାରେ ୬.୨ମି.ମି. ବର୍ଷା ହୋଇଛି। କେନ୍ଦ୍ରାପଡ଼ା, ବାଲେଶ୍ବର, ଚାନ୍ଦବାଲି ଝାରସୁଗୁଡ଼ା ଏବଂ କେନ୍ଦୁଝରରେ ମଧ୍ୟ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories