www.samajalive.in
Saturday, December 13, 2025
26.1 C
Bhubaneswar

୭ ନୂଆ ମ୍ୟୁନିସିପାଲଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହିତ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପୁଟ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରାଯାଇଛି । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହା ସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories