www.samajalive.in
Saturday, December 6, 2025
26.1 C
Bhubaneswar

ବିଦ୍ୟୁତ୍ ସଂସ୍ପର୍ଶରେ ଆସିଲା ଡିଜେ ଗାଡି, ୩ ଗୁରୁତର

କୋଣାର୍କ : ଗଣେଶ ମୂର୍ତ୍ତି ଭସାଣି ବେଳେ ଅଘଟଣ। ଡିଜେ ଗାଡିଟି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଳିଯାଇଛି। ଏଥିରେ ୩ ଜଣ ଯୁବକ ଗୁରୁତର ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି କୋଣାର୍କ ଡାଳିମ୍ବଗରଡି ଗାଁରେ ଗଣେଶ ଭସାଣି ଚାଲିଥିଲା। ଏତିକିବେଳେ କୌଣସି କାରଣ ବଶତଃ ଡିଜେ ଗାଡିଟି ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲା। ଫଳରେ ୩ ଜଣ ଯୁବକ ଗୁରୁତର ହୋଇଥିଲେ। ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ଗୋପ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଦୁଇ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକମାନେ ହେଲେ କୋଣାର୍କ ଜୁଣେଇ ଗାଁର ଚନ୍ଦ୍ରକାନ୍ତ ନାୟକ, ଡାଳିମ୍ବଗରଡି ଗାଁର ସିପୁ ଲେଙ୍କା ଏବଂ ବିଶ୍ଵଜିତ୍ ରାଉତ୍ ବୋଲି ଜଣାପଡିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories