www.samajalive.in
Friday, December 5, 2025
27.1 C
Bhubaneswar

ଶ୍ରୀମନ୍ଦିର ପରିସରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ

ସମାଜ ବ୍ୟୁରୋ : ଶ୍ରୀମନ୍ଦିର ପରିସରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ। ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମାଆ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଏହା ଆରମ୍ଭ ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ଭିତରେ ଶାଖା କାର୍ଯ୍ୟାଳୟ ନିକଟସ୍ଥ ଏକ ଶୀତତାପ ନିୟନ୍ତ୍ରିତ ଗୃହରେ ଏକକାଳୀନ ୪ ଜଣ ମହିଳା ଶିଶୁଙ୍କୁ ସ୍ତନ୍ୟପାନ କରାଇପାରିବେ। ଦୁଇ ଜଣ ଲେଖାଏଁ ମହିଳା ଜେଟିପିଙ୍କୁ ଏଥିପାଇଁ ନିୟୋଜିତ କରାଯାଇଛି।

ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯାଇଛି। ଏହି ସ୍ତନ୍ୟପାନ କକ୍ଷରେ ମେଡିକାଲ ଟିମ୍ ମଧ୍ୟ ମୁତୟନ ହୋଇଥିବା ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ କହିଛନ୍ତି। ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ଭକ୍ତ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories