www.samajalive.in
Saturday, December 6, 2025
15.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବାବେଳେ ଏହା ଉତ୍ତର ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବ। ସେପଟେ ଆଜି ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି କଳାହାଣ୍ଡି , କନ୍ଧମାଳ , ରାୟଗଡା, ଗଜପତି , ନବରଙ୍ଗପୁର ଏବଂ ନୂଆପଡା ଜିଲ୍ଲାରେ ଭାରୀ ବର୍ଷା ହେବାର ଆଶଙ୍କା ରହିଛି। ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories