www.samajalive.in
Saturday, December 13, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା : ଧରାପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ

ମାଲକାନଗିରି :  ସୁରକ୍ଷା କର୍ମୀଙ୍କ ଅପରେସନ ବେଳେ ଧରା ପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ୩ଟି ଭିନ୍ନ ଭିନ୍ନ ଜଙ୍ଗଲରୁ ଯବାନ ମାନେ ଏହି ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି । ଗାଙ୍ଗାଲୁର, ବାସାଗୁଡା ଏବଂ ଜାଙ୍ଗଲା ଜଙ୍ଗଲରେ ଏସ୍‌ଟିଏଫ୍, ଡିଆରଜି ଏବଂ ସିଆର୍‌ପିଏଫ୍ ଯବାନଙ୍କ କୁମ୍ବିଂ ଅପରେସନ ବେଳେ ୧୬ ଜଣ ମାଓବାଦୀ ଗିରଫ ହୋଇଥିବା ନେଇ ସୁଚନା ଦେଇଛନ୍ତି ବିଜାପୁର ଏସପି । ଏମାନେ ମାଓ ସଙ୍ଗଠନରେ ଦୀର୍ଘ ବର୍ଷ ଧରି ରହିବା ସହ ଅନେକ ହିଂସା କାଣ୍ଡରେ ସାମିଲ୍ ଅଛନ୍ତି । ଏମାନଙ୍କ ନିକଟରୁ ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଯାହା ମଧ୍ୟରେ ରହିଛି ଆଇଇଡି,  ଟିଫିନ ବୋମା, କୋଡେକ୍ସ ତାର ଓ ଜିଲୋଟିନ ଷ୍ଟିକ୍ । ଅଧିକ ପଚରା ଉଚୁରା କରିବା ପରେ ଏମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ବିଜାପୁର ଏସପି ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories