www.samajalive.in
Saturday, December 6, 2025
26.1 C
Bhubaneswar

୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

ଭୁବନେଶ୍ବର: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା ସମସ୍ୟାରେ ପଡୁଛନ୍ତି। ଆଗକୁ ଆସୁଛି ଦଶହରା, ତେଣୁ ସେପ୍ଟେମ୍ବର ୨୦ ସୁଦ୍ଧା ଭୁବନେଶ୍ବର – କଟକ ସହର ରାସ୍ତା ମରାମତି କରାଯିବ ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗଣମାଧ୍ୟମକୁ କହିଥିଲେ, ପାର୍ବଣ ଋତୁରେ ଲୋକଙ୍କ ସୁବିଧା ନିମନ୍ତେ ଭୁବନେଶ୍ବର ଓ କଟକ ସହିତ ରାଜ୍ୟର ସହରାଞ୍ଚଳ ରାସ୍ତା ମରାମତି କରାଯିବ। ଏଥିପାଇଁ ଆସନ୍ତା ୬ରେ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏଥିରେ ଭୁବନେଶ୍ବର ମହାନଗର ନିଗମ ଏବଂ କଟକ ମହାନଗର ନିଗମ ମେୟରଙ୍କ ସହ ବିଧାୟକ ଏବଂ ବିଭାଗର ଯନ୍ତ୍ରୀମାନେ ଉପସ୍ଥିତ ରହିବେ।

Hot this week

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

Related Articles

Popular Categories