www.samajalive.in
Wednesday, December 10, 2025
26.1 C
Bhubaneswar

ମଣିପୁର ଶାନ୍ତି ପ୍ରତିଷ୍ଠା ଦିଗରେ ଅଗ୍ରଗତି ; ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ

ଇମ୍ଫାଲ: ହିଂସା ଅଧ୍ୟୁଷିତ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଚାଲିଥିବା କଥାବାର୍ତ୍ତାରେ ବଡ ଅଗ୍ରଗତି ଦେଖାଯାଇଛି। ହିଂସା ଯୋଗୁଁ ୨୦୨୪ ଫେବୃଆରୀ ବନ୍ଦ ରହିଥିବା ଜାତୀୟ ରାଜପଥ ୨କୁ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି। କୁକି-ଜୋ କାଉନସିଲ (କେଜେଡ୍‌ସି) ସହିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଗୁରୁବାର ହୋଇଥିବା ବୁଝାମଣା ଅନୁଯାୟୀ ରାଜପଥକୁ ସାଧାରଣ ଯାତାୟତ ପାଇଁ ଖୋଲାଯିବ। ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଣିପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ୨୦୨୩ ମେ ମାସ ଠାରୁ ମଣିପୁରରେ କୁକି ଓ ମୈତେଇ ସମ୍ପ୍ରଦାୟ ମଧ୍ୟରେ ହିଂସା ଲାଗି ରହିଛି। ହିଂସା ଆରମ୍ଭ ପରଠାରୁ ପ୍ରଧାନମନ୍ତ୍ରୀ ମଣିପୁର ଗସ୍ତ କରି ନଥିବାରୁ ବିରୋଧୀଙ୍କ ସମାଲୋଚନାର ଶରବ୍ୟ ହୋଇ ଆସୁଛନ୍ତି। ମଣିପୁର ହିଂସାରେ ୨୬୦ ଲୋକ ପ୍ରାଣ ହରାଇଲେଣି। ଏହା ସହିତ ଲକ୍ଷାଧିକ ଲୋକ ବାସହରା ହୋଇ ରିଲିଫ୍ ଶିବିରରେ ଆଶ୍ରୟ ନେଇଛନ୍ତି।

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

Hot this week

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

Related Articles

Popular Categories