www.samajalive.in
Sunday, December 7, 2025
18.1 C
Bhubaneswar

୨ ଶିକ୍ଷକ ପାଇଲେ ଜାତୀୟ ଶିକ୍ଷକ ପୁରସ୍କାର

ମାଲକାନଗିରି: ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ମାଲକାନାଗିରି ଜିଲ୍ଲାର ବସନ୍ତ କୁମାର ରଣା, କନ୍ଦେଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କୋରାପୁଟ ଜିଲ୍ଲାରେ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟରେ କାର୍ଯ୍ୟ ରତ ତରୁଣ କୁମାର ଦାସଙ୍କୁ ଆଜି ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ କରାଯାଇଛି।
ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ସମାରୋହରେ ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏହି ପୁରସ୍କାର ସ୍ୱରୂପ ତାଙ୍କୁ ୫୦ ହଜାର ଟଙ୍କା ନଗଦ ରାଶି ଓ ମାନପତ୍ର ସହିତ ସମ୍ବର୍ଦ୍ଧନା କରା ଯାଇଥିଲା। କାର୍ଯ୍ୟକ୍ରମରେ ଭାରତର ମହାମହିମ ରାଷ୍ଟ୍ରପତି, ଶିକ୍ଷାମନ୍ତ୍ରୀ, ଶିକ୍ଷା ସଚିବ ମଧ୍ୟ ଉପସ୍ଥିତ ଥିଲେ। ପୁରସ୍କାର ପୂର୍ବ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ସମସ୍ତ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଶିକ୍ଷାକ୍ଷେତ୍ରରେ ବିଶେଷ ଯୋଗଦାନ ପାଇଁ ଏହି ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପରେ ଶୁଭେଚ୍ଛାର ସୁଅ ଛୁଟିଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଏହି ଗୌରବମୟ ମୁହୂର୍ତ୍ତରେ ଜିଲ୍ଲା ଓ ରାଜ୍ୟକୁ ଗୌରବାନ୍ଵିତ କରିଥିବା ଏହି ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସେହିପରି ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ନୂଆଦିଲ୍ଲୀ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷକଦ୍ବୟଙ୍କୁ ଅଭିନନ୍ଦନ ଓ ଶୁଭକାମନା ଜଣାଇଛନ୍ତି।

୫୦ ବର୍ଷ ପରେ ଚନ୍ଦ୍ରଗ୍ରହଣରେ ଶନିଙ୍କ ଓଲଟା ଚଳନକୁ ଗୁରୁ ଉଦୟ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା

- Advertisement -

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories